ଭଣ୍ଡାରା, ୯ା୧: ମହାରାଷ୍ଟ୍ରରେ ଏକ ଦୁଃଖଦ ଘଟଣା ଘଟିଯାଇଛି । ମହାରାଷ୍ଟ୍ରରେ ଏକ ସରକାରୀ ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟି ୧୦ ଜଣ ନବଜାତକ ଶିଶୁଙ୍କ ମୃତ୍ୟୁ ଘଟିଛି । ନବଜାତ କେୟାର ୟୁନିଟରେ ଗତକାଲି ରାତି ୨ଟାରେ ଏହି ଅଗ୍ନିକାଣ୍ଡ ଘଟିଥିବା କୁହାଯାଉଛି ।
ସୂଚନା ଅନୁଯାୟୀ, ଉକ୍ତ ୟୁନିଟରେ ୧୭ ଜଣ ନବଜାତକଙ୍କୁ ରଖାଯାଇଥିଲା । ସେମାନଙ୍କ ମଧ୍ୟରୁ କେବଳ ୭ ଜଣକୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଥିବା ଜଣାପଡ଼ିଛି । ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ଏହି ଘଟଣାକୁ ନେଇ ଗଭୀର ଶୋକ ପ୍ରକାଶ କରିବା ସହ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି । ଏହି ଘଟଣା ପରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ପ୍ରମୁଖ ଗଭୀର ଶୋକ ବ୍ୟକ୍ତ କରିଛନ୍ତି ।