fbpx

ଦିନକରେ ରାଜ୍ୟରେ ୨୨୫ ପଜିଟିଭ ଚିହ୍ନଟ

ଭୁବନେଶ୍ୱର, ୧୨ ।୧ (ଓଡିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମଣ କମିବାରେ ଲାଗିଛି । ଏହା ମଧ୍ୟରେ ଆଜି ପୁଣି ୨୨୫ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୧୩୧ ଓ ସ୍ଥାନୀୟ ଅଞ୍ଚଳରୁ ୯୪ଜଣ ଚିହ୍ନଟ ହୋଇଛନ୍ତି ।

 

ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୨ ହଜାର ୩୩୧ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୩ ଲକ୍ଷ ୨୮ ହଜାର ୨୭୧ ରହିଥିବା ବେଳେ ୨ ହଜାର ୧୧୩ ଜଣ ଚିକିତ୍ସିତ ହେଉଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି ସୁନ୍ଦରଗଡ଼ ସର୍ବାଧିକ ୩୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।

Get real time updates directly on you device, subscribe now.