ନୂଆଦିଲ୍ଲୀ, ୧୩ା୧: ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାରେ ୨୦୨ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୧ ହଜାର ୫୨୯କୁ ବୃଦ୍ଧି ପାଇଛି । ଦିନକରେ ୧୫ ହଜାର ୯୬୮ ଜଣ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି ।
ମୋଟ ଆକ୍ରାନ୍ତ ସଂଖ୍ୟା ୧ କୋଟି ୪ ଲକ୍ଷ ୯୫ ହଜାର ୧୪୭କୁ ବୃଦ୍ଧି ପାଇଛି । ତେବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୧୪ ହଜାର ୫୦୭ ରହିଥିବା ବେଳେ ସୁସ୍ଥ ସଂଖ୍ୟା ୧ କୋଟି ୧ ଲକ୍ଷ ୨୯ ହଜାର ୧୧୧ରେ ପହଞ୍ଚିଛି । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି ।