fbpx

ରାଜ୍ୟରେ ଆଜି ୨୧୦ ପଜିଟିଭ୍ ଚିହ୍ନଟ, ୧ ମୃତ

ଭୁବନେଶ୍ୱର,୧୩।୧(ଓଡିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମଣ କମିବାରେ ଲାଗିଛିି । ଏହାରି ମଧ୍ୟରେ ଆଜି ପୁଣି ୨୧୦ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୨୨ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୮୮ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୨ ହଜାର ୫୪୧ କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି ସୁନ୍ଦରଗଡ଼ରୁ ସର୍ବାଧିକ ୩୦ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ସହ କରୋନା ମୃତ୍ୟୁ ସଂଖ୍ୟା ମଧ୍ୟ କମିବାରେ ଲାଗିଛି । ଆଜି ୨୧୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୮୯୫ କୁ ବୃଦ୍ଧି ପାଇଛି । ଆଜି ଖୋର୍ଦ୍ଧାରୁ ଜଣେ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.