fbpx

କଳାହାଣ୍ଡିକୁ ମୁଖ୍ୟମନ୍ତ୍ରୀଙ୍କ ଭେଟି

କଳାହାଣ୍ଡି,୧୪ ।୧(ଓଡିଶା ଭାସ୍କର): କଳାହାଣ୍ଡି ବିକାଶର ଅଧ୍ୟାୟରେ ନୂଆ ଫର୍ଦ୍ଦ ଯୋଡିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କଳାହାଣ୍ଡିକୁ ୨୦୮୫ କୋଟିର ପ୍ରକଳ୍ପର ଭେଟି ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ୧୦୬ଟି ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିଛନ୍ତି ନବୀନ । ୧୦୬୪ କୋଟି ଟଙ୍କା ୫୪ଟି ପ୍ରକଳ୍ପର ଲୋକାର୍ପଣ କରିବା ସହ ୧୦୨୦ କୋଟି ଟଙ୍କାର ୫୨ଟି ପ୍ରକଳ୍ପର ମୁଖ୍ୟମନ୍ତ୍ରୀ ଶିଳାନ୍ୟାସ କରିଛନ୍ତି । ଉପର ଇନ୍ଦ୍ରାବତୀ ଉଠା ଜଳସେଚନ ପ୍ରକଳ୍ପର ଲୋକର୍ପଣ ମଧ୍ୟ କରିଛନ୍ତି ମୁଖ୍ୟମନ୍ତ୍ରୀ । ତେବେ ୯୮୬.୭୧ କୋଟି ଟଙ୍କା ବ୍ୟୟରେ ଜଳସେଚନ ପ୍ରକଳ୍ପ ନିର୍ମିତ ହୋଇଛି । ୨୫ ହଜାର ୨୭୫ ହେକ୍ଟର ଜମିରେ ଜଳସେଚନ ସୁବିଧା ହେବ । ଜଳସେଚନ ପ୍ରକଳ୍ପରୁ ପ୍ରାୟ ୩ ଲକ୍ଷରୁ ଅଧିକ ଚାଷୀ ଉପକୃତ ହେବେ ।

କଳାହାଣ୍ଡି ମଙ୍ଗଳପୁରରେ ସାଧାରଣ ସଭାରେ ମୁଖ୍ୟମନ୍ତ୍ରୀ ଅଭିଭାଷଣରେ କହିଛନ୍ତି ଯେ, ‘ ଏଇ କଳାହାଣ୍ଡିରେ ଢେଲାମାଡ଼ରେ ବିଜୁବାବୁଙ୍କ ନାକ ଫାଟିଥିଲା । କିନ୍ତୁ ବିଜୁବାବୁ ସବୁବେଳେ କଳାହାଣ୍ଡିବାସୀଙ୍କୁ ଭଲ ପାଉଥିଲେ । କଳାହାଣ୍ଡି ନୂଆ ଓଡ଼ିଶାକୁ ବିକାଶର ବାଟ ଦେଖାଇଛି । ଇନ୍ଦ୍ରାବତୀର ପ୍ରତିଟି ଜଳବିନ୍ଦୁ କଳାହାଣ୍ଡିକୁ ସମୃଦ୍ଧ କରିଛି । ତାର ଜଳ କଳାହାଣ୍ଡିବାସୀଙ୍କ ଦେହରେ ରକ୍ତ ହୋଇ ବହୁଛି । କଳାହାଣ୍ଡିରେ ମାଆ ଇନ୍ଦ୍ରାବତୀଙ୍କ ନାଁରେ ହେବ ପାର୍କ ଓ ସଂଗ୍ରହାଳୟ । କଳାହାଣ୍ଡି ନୂଆ ଓଡ଼ିଶାକୁ ବିକାଶର ବାଟ ଦେଖାଇଛି । କଳାହାଣ୍ଡି ସ୍ବାସ୍ଥ୍ୟ ଓ ପୁଷ୍ଟିସାଧନରେ ନମ୍ବର-୧ ଜିଲ୍ଲା ହୋଇଛି । କଳାହାଣ୍ଡି ଆଜି ସାରା ଦେଶ ପାଇଁ ବିକାଶର ମଡେଲ ହୋଇଛି।’ ଏହାଏ ସହ କଳାହାଣ୍ଡିର ସହିଦ ରେଣ୍ଡୋ ମାଝୀଙ୍କୁ ସମ୍ମାନ ଜଣାଇଛନ୍ତି ନବୀନ ।

Get real time updates directly on you device, subscribe now.