fbpx

ଆଉ ଦୁଇଦିନ ଘନକୁହୁଡ଼ି

ଭୁବନେଶ୍ୱର, ୧୭ା୧ (ଓଡିଶା ଭାସ୍କର): ଆସନ୍ତା ୨ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଘନକୁହୁଡ଼ିର ପ୍ରଭାବ ରହିବ । ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ତରଫରୁ ସତର୍କ କରାଯାଇଛି । ଘନ କୁହୁଡ଼ି ଯୋଗୁଁ ରାଜ୍ୟର ଅନେକ ସ୍ଥାନରେ ଯାତାୟାତରେ ସମସ୍ୟା ସୃଷ୍ଟି ହେଉଛି ।

ତେବେ ଆଗାମୀ ଦୁଇଦିନ ଯାଏ ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, ବୌଦ୍ଧ, କନ୍ଧମାଳ, ନୟାଗଡ଼ ଓ ଗଞ୍ଜାମ ଆଦି ଜିଲ୍ଲାରେ ଘନ କୁହୁଡ଼ି ଅନୁଭୂତ ହେବ । ଏହି ଜିଲ୍ଲାମାନଙ୍କରେ ଦୃଶ୍ୟମାନ କ୍ଷମତା ୨୦୦ ମିଟରରୁ କମ ହେବ ବୋଲି କୁହାଯାଇଛି । ଏହି ସମୟରେ ଆଭ୍ୟନ୍ତରୀଣ ଓଡ଼ିଶାର ତାପମାତ୍ରା ୩ରୁ ୪ ଡିଗ୍ରୀ ବୃଦ୍ଧି ପାଇବ । ଉପକୂଳ ଓଡ଼ିଶାରେ ୨ରୁ ୩ ଡିଗ୍ରୀ ତାପମାତ୍ରା ବୃଦ୍ଧି ପାଇବ ବୋଲି କୁହାଯାଇଛି ।

Get real time updates directly on you device, subscribe now.