fbpx

ଦେଶରେ ଦିନକରେ ୧୩୭ ମୃତ, ୧୦ ହଜାର ଆକ୍ରାନ୍ତ

ନୂଆଦିଲ୍ଲୀ, ୧୯ା୧: ଦେଶରେ କରୋନା ସଂକ୍ରାମିତଙ୍କ ସଂଖ୍ୟା କମିବାରେ ଲାଗିଛି । ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାରେ ୧୩୭ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୨ ହଜାର ୫୫୬କୁ ବୃଦ୍ଧି ପାଇଛି । ଦିନକରେ ୧୦ ହଜାର ୬୬୪ ଜଣ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି ।

ମୋଟ ଆକ୍ରାନ୍ତ ସଂଖ୍ୟା ୧ କୋଟି ୫ ଲକ୍ଷ ୮୧ ହଜାର ୮୩୭କୁ ବୃଦ୍ଧି ପାଇଛି । ତେବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୫୨୮ ରହିଥିବା ବେଳେ ସୁସ୍ଥ ସଂଖ୍ୟା ୧ କୋଟି ୨ ଲକ୍ଷ ୨୮ ହଜାର ୭୫୩ରେ ପହଞ୍ଚିଛି । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

Get real time updates directly on you device, subscribe now.