fbpx

ରାଶିଫଳ (ରବିବାର, ୨୪ ଜାନୁଆରୀ ୨୦୨୧)

ମେଷ : ଆଜି ନିଜ ଲୋକଙ୍କ ସହିତ ଆପଣଙ୍କର ସମ୍ପର୍କ ଭଲ ରହିବ ନାହିଁ । ଆପଣ ଆଜି ଦୁଃଖ ଅନୁଭବ କରିବେ ଏବଂ ଆଜି ରାଗି ମଧ୍ୟ ପାରନ୍ତି । ମନେ ରଖନ୍ତୁ କେବଳ ଥଣ୍ଡା ମନରେ ଧୈର୍ଯ୍ୟ ରଖନ୍ତୁ ଆପଣଙ୍କ ପରିସ୍ଥିତିକୁ ସମ୍ଭାଳି ପାରିବେ ।
ବୃଷ : ଆଜି ଆପଣଙ୍କ ପରିବାରର କୌଣସି ସଦସ୍ୟଙ୍କ ପରାମର୍ଶ ଆପଣଙ୍କୁ ଠିକ୍ ଲାଗି ନ ପାରେ । ଏହାର ପ୍ରଭାବ ଆପଣଙ୍କ ଉପରେ ପଡ଼ିଲେ ମଧ୍ୟ ଆପଣ ଏହି ବିଷୟରେ କିଛି କରିପାରିବେ ନାହିଁ ।
ମିଥୁନ : ଆପଣଙ୍କ ମଧ୍ୟରୁ ଯେଉଁମାନେ ପରିବାରଠାରୁ ଦୂରରେ ଅଛନ୍ତି ସେମାନେ ନିଜ ପରିବାର ସହିତ ଭଲ ସମୟ କଟାଇପାରିବେ ।

କର୍କଟ : ଆଜିର ଦିନଟି ବନ୍ଧୁମାନଙ୍କ ସହିତ ମଜା କଟାଇବାର ଦିନ । ଆପଣ ନିଜର ସବୁ ଅସୁବିଧା ଭୁଲି ଖୁସିରେ ଦିନ କାଟନ୍ତୁ । ଆଜି ଆପଣ ନିଜର ସବୁ ବିଚାରକୁ ଖୋଲି କରି ପ୍ରକାଶ କରିପାରନ୍ତି ।
ସିଂହ : ଆଜି ବୋଧହୁଏ ଆପଣଙ୍କୁ କୌଣସି ମିତ୍ର କିମ୍ବା ସହଯୋଗୀଙ୍କର ସାହାଯ୍ୟ ମିଳିବ ନାହିଁ । ଏଥିପାଇଁ ଆପଣ ନିରାଶ ହୋଇପଡ଼ିବେ କିନ୍ତୁ ମନେ ରଖନ୍ତୁ ଆପଣଙ୍କର ସବୁ କଥାରେ ଏକ ସୀମା ମଧ୍ୟ ରହିଛି ।
କନ୍ୟା : ଆଜି ଆପଣ କୌଣସି ଗୁରୁ୍‌ତ୍ୱପୂର୍ଣ୍ଣ ନିଷ୍ପତ୍ତି ଭାବିଚିନ୍ତି ନେବେ । ଆଜିର ନିଷ୍ପତ୍ତି ଆପଣଙ୍କର ଭବିଷ୍ୟତ ଉପରେ ପଡ଼ିବ । ସେଥିପାଇଁ କୌଣସି ନିଷ୍ପତ୍ତି ନେବା ପୂର୍ବରୁ ବହୁତ ଭାବିଚିନ୍ତି ନିଅନ୍ତୁ ।
ତୁଳା : ଆଜି ଆପଣ କୌଣସି କଥାର ସତ୍ୟତା ପରୀକ୍ଷା ପାଇଁ ତାହାକୁ ଯାଞ୍ଚ ନିଶ୍ଚୟ କରନ୍ତୁ । ଏମିତି କୌଣସି କଥାକୁ ଶୁଣି ନିଷ୍ପତ୍ତି ନିଅନ୍ତୁ ନାହିଁ ।
ବିଛା : ଆଜି ବୋଧେ ଆପଣ କୌଣସି ନୁଆ ସମ୍ପର୍କ ସ୍ଥାପନ କରିପାରନ୍ତି । ଆପଣଙ୍କର ଏହି ନୁଆ ବନ୍ଧୁ ଆପଣଙ୍କର ଖରାପ ସମୟରେ ମଧ୍ୟ ଆପଣଙ୍କ ସାଙ୍ଗରେ ରହିବ । ଆପଣଙ୍କୁ ଭଲ ମିତ୍ର ମିଳିବାରୁ ଆପଣ ନିଜକୁ ସୌଭାଗ୍ୟଶାଳି ମନେକରିବେ ।
ଧନୁ : ଆଜି ଆପଣ ନିଜକୁ କୌଣସି ପରିବାରର କାର୍ଯ୍ୟରେ ବ୍ୟସ୍ତ ରଖିବେ ।ଏହି କାର୍ଯ୍ୟର ଆୟୋଜନ କରିବାରେ ଆପଣଙ୍କୁ ଆନନ୍ଦ ମିଳିବ ।ଏହି କାର୍ଯ୍ୟ ଦ୍ୱାରା ଆପଣ ଓ ଆପଣଙ୍କ ପରିବାରର ଲୋକ ବହୁତ ଖୁସି ହେବେ ।ଆପଣ ଏହି କାର୍ଯ୍ୟ ପାଇଁ ବହୁତ ବ୍ୟସ୍ତ ରହିବେ ।
ମକର : ଆଜି ଆପଣଙ୍କ ଖୁସିର ଠିକଣା ରହିବ ନାହିଁ । ଆଜି ଆପଣଙ୍କ ପରିବାର ଲୋକ କିମ୍ବା ବନ୍ଧୁମାନଙ୍କ ସହିତ କୌଣସି ଉତ୍ସବରେ ଯୋଗ ଦେବେ କିମ୍ବା ବାହାରକୁ ବୁଲିବାକୁ ଯିବେ ।
କୁମ୍ଭ : ଆଜି ଆପଣ ଘରର ଗୁରୁଜନମାନଙ୍କ ସହିତ ସମୟ ବିତାଇବା ଉଚିତ୍ ହେବ । ସେମାନେ ଆପଣଙ୍କୁ କିଛି କୁହନ୍ତୁ ବା ନ କୁହନ୍ତୁ ସେମାନେ ମଧ୍ୟ ଆପଣଙ୍କର ସାନିଧ୍ୟ୍ୟ ଆବଶ୍ୟକ କରନ୍ତି ।
ମୀନ : ଆପଣଙ୍କୁ ନିଜ ପରିବାରର କୌଣସି ସଦସ୍ୟ କିମ୍ବା ବନ୍ଧୁ ନିରାଶ କରିପାରେ ଏବଂ ଆପଣଙ୍କ ଆଗରେ କୌଣସି ସମସ୍ୟା ମଧ୍ୟ ସୃଷ୍ଟି ହୋଇପାରେ । ଆପଣଙ୍କର ରାଗି କରି କଥା ହେବା ବଦଳରେ ଭଲହେବ ଯଦି ଆପଣ ତାଙ୍କୁ ସ୍ନେହରେ ବୁଝାଇବେ ।

Get real time updates directly on you device, subscribe now.