fbpx

ଦେଶରେ ଦିନକରେ ୧୩୭ ମୃତ, ୧୨ ହଜାର ଆକ୍ରାନ୍ତ

ନୂଆଦିଲ୍ଲୀ, ୨୭ା୧: ଦେଶରେ କରୋନା ସଂକ୍ରାମିତଙ୍କ ସଂଖ୍ୟା କମିବାରେ ଲାଗିଛି । ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାରେ ୧୩୭ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୩ ହଜାର ୭୨୪କୁ ବୃଦ୍ଧି ପାଇଛି । ଦିନକରେ ୧୨ ହଜାର ୬୮୯ଜଣ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି ।

ମୋଟ ଆକ୍ରାନ୍ତ ସଂଖ୍ୟା ୧ କୋଟି ୬ ଲକ୍ଷ ୮୯ ହଜାର ୫୨୭ କୁ ବୃଦ୍ଧି ପାଇଛି । ତେବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୭୬ ହଜାର ୪୯୮ ରହିଥିବା ବେଳେ ସୁସ୍ଥ ସଂଖ୍ୟା ୧ କୋଟି ୩ ଲକ୍ଷ ୫୯ ହଜାର ୩୦୫ରେ ପହଞ୍ଚିଛି । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

Get real time updates directly on you device, subscribe now.