ରମାଦେବୀ ଛାତ୍ରୀ ମୃତ୍ୟୁ ଘଟଣା: ଯାଜପୁରରେ ମହିଳା କମିଶନ ଅଧ୍ୟକ୍ଷା

ଭୁବନେଶ୍ୱର, ୨୯ା୧ (ଓଡିଶା ଭାସ୍କର): ଭୁବନେଶ୍ୱରର ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ ଛାତ୍ରୀ ଝରାଫୁଲ ନାୟକଙ୍କ ମୃତ୍ୟୁ ମାମଲା ନେଇ ଆଜି ମହିଳା କମିଶନ ଅଧ୍ୟକ୍ଷା ମୀନତି ବେହେରା ଯାଜପୁରରେ ପହଞ୍ଚିଛନ୍ତି । ଅଧ୍ୟକ୍ଷା ଯାଜପୁରରେ ପହଞ୍ଚି ମୃତଦେହ ଫିଙ୍ଗା ଯାଇଥିବା ସ୍ଥାନ ବୁଲି ଦେଖିଛନ୍ତି ।

ସୂଚନାଯୋଗ୍ୟ ଯେ, ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ ଛାତ୍ରୀ ଝରାଫୁଲଙ୍କ ମୃତଦେହ ଯାଜପୁର ଜିଲ୍ଲା କୁଆଖିଆ ମୂଳାପାଳ ଛକ ନିକଟ ଦିଆଲଖଣ୍ଡ ମୌଜାର ରାସ୍ତାକଡ଼ରୁ ଉଦ୍ଧାର କରାଯାଇଥିଲା । ଏହି ଘଟଣାରେ ୨ ଜଣ ଅଭିଯୁକ୍ତଙ୍କୁ ଚିହ୍ନଟ କରାଯାଇଥିଲା । ସେମାନେ ମୃତଦେହକୁ ସ୍କୁଟରରେ ଆଣି ଫିଙ୍ଗିଥିବା ପୋଲିସ ସୂଚନା ଦେଇଛି । ରାକେଶ ସ୍ୱାଇଁ ନାମକ ଜଣେ ଯୁବକଙ୍କ ସହ ତାଙ୍କ ଝିଅର ପ୍ରେମ ସମ୍ପର୍କ ଥିବା ଝରାଫୁଲଙ୍କ ବାପା ଗଣମାଧ୍ୟମକୁ ସୂଚନା ଦେଇଥିଲେ ।