fbpx

ରାଜ୍ୟରେ ଆରମ୍ଭ ହେବ ୯ମ ଓ ଏକାଦଶ ପାଠପଢା, ଜାଣନ୍ତୁ କେବେ?

ଭୁବନେଶ୍ୱର,୧ ।୨(ଓଡିଶା ଭାସ୍କର): କୋଭିଡ କାଳ ମଧ୍ୟରେ ଛାତ୍ରଛାତ୍ରୀଙ୍କ ପାଇଁ ଆସିଛି ଖୁସି ଖବର । ଆସନ୍ତା ଫେବ୍ରୁଆରୀ ୮ ତାରିଖରୁ ଖୋଲିବାକୁ ଯାଉଛି ସ୍କୁଲ । ୮ରୁ ଆରମ୍ଭ ହେବ ନବମ ଓ ଏକାଦଶ ଶ୍ରେଣୀ ପାଠପଢା । ରାଜ୍ୟରେ ସ୍କୁଲ ଖୋଲିବା ନେଇ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । ଫେବ୍ରୁଆରୀ ୮ରୁ ଏପ୍ରିଲ ୩୦ ଯାଏ କ୍ଲାସ ଚାଲିବ । ଏନେଇ ବିଧିବଦ୍ଧ ଭାବେ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । କୋଭିଡ ପାଇଁ ପ୍ରାୟ ୧୧ ମାସ ଧରି ପାଠପଢା ବନ୍ଦ ରହିଥିଲା ।

ପୂର୍ବରୁ ୧୦ମ ଓ ଦ୍ୱାଦଶ ଶ୍ରେଣୀ ଛାତ୍ରଛାତ୍ରୀ ପାଠପଢା ଆରମ୍ଭ ହୋଇସାରିଛି । ଜାନୁଆରୀ ୮ ତାରିଖରୁ କେବଳ ଦଶମ ଓ ଦ୍ୱାଦଶ ଶ୍ରେଣୀରେ ପଢ଼ୁଥିବା ଛାତ୍ରଛାତ୍ରୀମାନେ ପାଠ ପଢ଼ିବାକୁ ଯିବେ ବୋଲି କୁହାଯାଇଥିଲା । ମାଧ୍ୟମିକ ଶିକ୍ଷା ବୋର୍ଡ ଓ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ହେଉଥିବା ବାର୍ଷିକ ପରୀକ୍ଷା ନିମନ୍ତେ ଦଶମ ଓ ଦ୍ୱାଦଶ ଶ୍ରେଣୀର ପିଲାମାନଙ୍କୁ ପ୍ରସ୍ତୁତ କରିବା ସହିତ ବିଭିନ୍ନ ସମୟରେ ଅନୁଷ୍ଠିତ ସର୍ବଭାରତୀୟ ପ୍ରତିଯୋଗିତାମୂଳକ ପରୀକ୍ଷାରେ ଅଂଶଗ୍ରହଣ କରିବା ନିମନ୍ତେ ସେମାନଙ୍କୁ ପ୍ରସ୍ତୁତ କରିବାକୁ ଏପରି ନିଷ୍ପତ୍ତି ନିଆଯାଇଥିଲା। ମାଧ୍ୟମିକ ଶିକ୍ଷା ବୋର୍ଡ ପରୀକ୍ଷା ଦେବା ପାଇଁ ପ୍ରସ୍ତୁତ ହେଉଥିବା ଦଶମ ଶ୍ରେଣୀ ଛାତ୍ରଛାତ୍ରୀମାନଙ୍କ ନିମନ୍ତେ ଜାନୁଆରି ୮ ତାରିଖରୁ ଅପ୍ରେଲ ୨୬ ତାରିଖ ପର୍ଯ୍ୟନ୍ତ ଓ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ପରୀକ୍ଷା ଦେବା ପାଇଁ ଦ୍ୱାଦଶ ଶ୍ରେଣୀର ଛାତ୍ରଛାତ୍ରୀମାନଙ୍କର ପାଠପଢ଼ା ଜାନୁଆରି ୮ରୁ ଅପ୍ରେଲ ୨୮ ପର୍ଯ୍ୟନ୍ତ ଚାଲିବ ବୋଲି କୁହାଯାଇଥିଲା ।

Get real time updates directly on you device, subscribe now.