fbpx

ପୂର୍ବଶତ୍ରୁତାରୁ ହୋଟେଲ ବ୍ୟବସାୟୀଙ୍କୁ ହତ୍ୟା କଲେ ଦୁର୍ବୃତ୍ତ

ରାଉରକେଲା, ୧୦ା୨ (ଓଡିଶା ଭାସ୍କର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ରାଉରକେଲାରେ ଜଣେ ହୋଟେଲ ବ୍ୟବସାୟୀଙ୍କୁ ଦୁର୍ବୃତ୍ତମାନେ ଘରେ ପଶି ଆକ୍ରମଣ କରିଛନ୍ତି । ଏହି ଆକ୍ରମଣ ଫଳରେ ବ୍ୟବସାୟୀ ସଜ୍ଜନ ମିତ୍ତଲଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି ।

ଡିଲକ୍ସ ହୋଟେଲ ଲେନରେ ଥିବା ସଜ୍ଜନଙ୍କ ଘରେ ପଶି ଦୁର୍ବୃତ୍ତମାନେ ତାଙ୍କୁ ଆକ୍ରମଣ କରିଥିଲେ । ଦୁଇରୁ ଅଧିକ ଦୁର୍ବୃତ୍ତ ତାଙ୍କୁ ମରଣାନ୍ତକ ଆକ୍ରମଣ କରିଥିଲେ । ତାଙ୍କୁ ଚିକିତ୍ସା ପାଇଁ ଇସ୍ପାତ ଜେନେରାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲେ ମଧ୍ୟ ସେଠାରେ ତାଙ୍କର ମୃତ୍ୟୁ ଘଟିଥିଲା । ତେବେ ପୂର୍ବ ଶତ୍ରୁତା ଓ ଜମିଜମା ବିବାଦକୁ କେନ୍ଦ୍ରକରି ଏହି ହତ୍ୟାକାଣ୍ଡ ଘଟିଥିବା ସନ୍ଦେହ କରାଯାଉଛି । ତେବେ ସିସିଟିଭି ଫୁଟେଜକୁ ଆଧାର କରି ପ୍ଲାଣ୍ଟ ସାଇଡ୍ ଥାନା ପୋଲିସ ତଦନ୍ତ ଆରମ୍ଭ କରିଥିବା ଜଣାପଡ଼ିଛି ।

Get real time updates directly on you device, subscribe now.