fbpx

ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କଲେ ଧର୍ମେନ୍ଦ୍ର

ଭୁବନେଶ୍ୱର, ୧୬ା୧(ଓଡ଼ିଶା ଭାସ୍କର): ରେଳ ଦୁର୍ଘଟଣାରେ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଦୁର୍ଘଟଣାକୁ ନେଇ ଟ୍ୱିଟ କରି ଦୁଃଖ ପ୍ରକାଶ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।
ଉଲ୍ଲେଖଯୋଗ୍ୟ ଯେ କଟକ ଟାଙ୍ଗୀ ନିର୍ଗୁଣ୍ଡି ଷ୍ଟେସନରେ ଲୋକମାନ୍ୟ ତିଲକ ଏକ୍ସପ୍ରେସ ଲାଇନଚ୍ୟୁତ ହୋଇଯାଇଛି । ଘନ କୁହୁଡ଼ି ପାଇଁ ମାଲଗାଡ଼ି ସହ ଧକ୍କା ପରେ ଲାଇନଚ୍ୟୁତ ହୋଇଯାଇଥିଲା । ୭ଟି ବଗି ଲାଇନଚ୍ୟୁତ ହୋଇଥିବା ବେଳେ ୪ଟି ବଗି କ୍ଷତିଗ୍ରସ୍ତ ହୋଇଛି । ଏଥିରେ ୪୦ରୁ ଅଧିକ ଆହତ ହୋଇଥିବା ବେଳେ ୧୦ଜଣ ଗୁରୁତର ହୋଇଛନ୍ତି ।

Get real time updates directly on you device, subscribe now.