ଭୁବନେଶ୍ୱର, ୧୪ା୨ (ଓଡିଶା ଭାସ୍କର): ମାସରେ ୪୨ ଥର ପେଟ୍ରୋଲ ଓ ଡିଜେଲ ଦର ବୃଦ୍ଧି ହେଲାଣି । ଗ୍ୟାସ ଦର ବୃଦ୍ଧି ପାଉଥିବା ବେଳେ ପେଟ୍ରୋଲ-ଡିଜେଲ ସେସରୁ ରାଜ୍ୟକୁ ସହାୟତା ମିଳୁନାହିଁ । ସାଧାରଣ ଲୋକଙ୍କ ହାଣ୍ଡିଶାଳ ଉପରେ କେନ୍ଦ୍ର ସରକାରଙ୍କ ଆକ୍ରମଣ ଜନତାଙ୍କୁ ଅସନ୍ତୋଷ କରୁଛି । ଏନେଇ ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ସଞ୍ଜୟ ଦାସବର୍ମା ଆଜି ଏକ ପ୍ରେସମିଟରେ ସୂଚନା ପ୍ରଦାନ କରିଛନ୍ତି ।
ସୂଚନାଯୋଗ୍ୟ ଯେ, କଂଗ୍ରେସ ପକ୍ଷରୁ ଆସନ୍ତା ୧୫ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି । ପେଟ୍ରୋଲ ଓ ଡିଜେଲ ମୂଲ୍ୟ ବୃଦ୍ଧି ପ୍ରତିବାଦରେ ଏହି ବନ୍ଦ ଡାକରା ଦିଆଯାଇଛି । ସକାଳ ୭ଟାରୁ ଦିନ ୧ଟା ପର୍ଯ୍ୟନ୍ତ ଏହି ବନ୍ଦ ପାଳନ କରାଯିବ । ଏହି ବନ୍ଦକୁ ସଫଳ କରିବା ପାଇଁ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଅନୁରୋଧ କରିଛନ୍ତି ।