ଭୁବନେଶ୍ୱର, ୧୬ା୨ (ଓଡିଶା ଭାସ୍କର): ଆଜି ସୁନ୍ଦରଗଡ଼ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ଅବସରରେ ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ନେଇ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି । ସୁନ୍ଦରଗଡ଼ରେ ମୁଖ୍ୟମନ୍ତ୍ରୀ ଅନେକ ପ୍ରକଳ୍ପର ଶୁଭାରମ୍ଭ କରିବା ସହ ଶିଳାନ୍ୟାସ କରିବାର କାର୍ଯ୍ୟକ୍ରମ ରହିଛି ।
ମୁଖ୍ୟମନ୍ତ୍ରୀଙ୍କ ଏହି ଗସ୍ତ ବହୁ ଗୁରୁତ୍ୱପୂର୍ଣ୍ଣ ବିବେଚନା କରାଯାଉଛି । ଆଜି ମୁଖ୍ୟମନ୍ତ୍ରୀ ରାଉରକେଲାରେ ଅନ୍ତର୍ଜାତୀୟ ହକି ଷ୍ଟାଡିୟମର ଭିତ୍ତିପ୍ରସ୍ତର ସ୍ଥାପନ କରିବେ । ମୁଖ୍ୟମନ୍ତ୍ରୀ ପ୍ରାୟ ୪ ହଜାର ୯୧୫ କୋଟିର ପ୍ୟାକେଜ୍ ଘୋଷଣା କରିବାର ଯୋଜନା ରହିଛି । ବିଭିନ୍ନ ପ୍ରକଳ୍ପ ମଧ୍ୟରେ ଶିକ୍ଷା, ସ୍ୱାସ୍ଥ୍ୟ, ଗମନାଗମନ ଓ ପାନୀୟ ଜଳ ପ୍ରକଳ୍ପ ଅନ୍ତର୍ଭୁକ୍ତ ରହିଛି ।