ଭୁବନେଶ୍ୱର,୧୬ ।୨(ଓଡିଶା ଭାସ୍କର): ଗଜପତି ସଡ଼କ ଦୁର୍ଘଟଣାରେ ୨ ଜଣଙ୍କ ମୃତ୍ୟୁ ଘଟଣାରେ ଗଭୀର ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୃତକଙ୍କ ପରିବାର ଲୋକଙ୍କୁ ଗଭୀର ସମବେଦନା ଜଣାଇବା ସହ ମୃତକଙ୍କ ପରିବାର ପାଇଁ ୨ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ।
ଏହାସହ ଆହତମାନଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ । ଆହତ ମାନଙ୍କୁ ମାଗଣା ଚିକିତ୍ସା ଯୋଗାଇ ଦିଆଯିବା ବୋଲି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ।
ମୁଖ୍ୟମନ୍ତ୍ରୀ ଶ୍ରୀ @Naveen_Odisha ଗଜପତି ଜିଲ୍ଲାର ଆର୍ ଉଦୟଗିରିଠାରେ ଘଟିଥିବା ଦୁର୍ଘଟଣାରେ ଦୁଇ ଜଣଙ୍କ ଦେହାନ୍ତ ବିଷୟରେ ଜାଣି ଶୋକ ପ୍ରକାଶ କରିଛନ୍ତି। ଏପରି ଦୁଃଖଦ ସମୟରେ ମୃତକଙ୍କ ପରିବାର ପ୍ରତି ସମବେଦନା ଜଣାଇବା ସହ ମୁଖ୍ୟମନ୍ତ୍ରୀ ନିକଟତମ ଆତ୍ମୀୟଙ୍କ ପାଇଁ ୨ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି।
— CMO Odisha (@CMO_Odisha) February 16, 2021