fbpx

ଆଜି ଶ୍ରୀଜଗନ୍ନାଥଙ୍କ ବନକଲାଗି ନୀତି: ୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

ପୁରୀ, ୧୭ା୨ (ଓଡିଶା ଭାସ୍କର): ଆଜି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଏହି ଅବସରରେ ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ । ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ ଦତ୍ତମହାପାତ୍ର ସେବକ । ଏଡି ଗୁପ୍ତ ସେବା ପାଇଁ ଅପରାହ୍ଣ ୪ଟାରୁ ରାତି ୮ଟା ପର୍ଯ୍ୟନ୍ତ ସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଜଣାପଡ଼ିଛି ।

ଏହି ନୀତି ପାଇଁ ଦ୍ୱିପ୍ରହର ଧୂପ ପରେ ଦତ୍ତମହାପାତ୍ର ସେବାୟତମାନେ ଗର୍ଭଗୃହରେ ପ୍ରବେଶ କରି ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ । ଶ୍ରୀବିଗ୍ରହମାନଙ୍କର ଶ୍ରୀମୁଖ ସିଂହାର ଲାଗି ପ୍ରାକୃତିକ ଉପାୟରେ ପ୍ରସ୍ତୁତ ହୋଇଥିବା ପ୍ରସାଧନ ବ୍ୟବହାର କରାଯିବ । ଶଙ୍ଖ, କସ୍ତୁରୀ, ହରିତାଳରେ ଆଜି ଜଗନ୍ନାଥ, ବଳଭଦ୍ର, ସୁଭଦ୍ରା ଓ ସୁଦର୍ଶନଙ୍କ ବିଗ୍ରହ ଝଲସି ଉଠିବ । ସୂଚନାଯୋଗ୍ୟ ଯେ, ପ୍ରତ୍ୟେକ ମାସରେ ଏହି ନୀତି ଦୁଇ ଥର କରାଯାଉଥିବା ବେଳେ ଦତ୍ତ ମହାପାତ୍ର ରତ୍ନ ସିଂହାସନରେ ଦାରୁ ଦେବତାଙ୍କର ଶ୍ରୀମୁଖ ସିଂହାର କରିଥାନ୍ତି ।

Get real time updates directly on you device, subscribe now.