fbpx

ପଦ୍ମଶ୍ରୀ ତୁଳସୀ ମୁଣ୍ଡା ଅସୁସ୍ଥ: ମୁଖ୍ୟମନ୍ତ୍ରୀ ଓ ରାଜ୍ୟପାଳଙ୍କ ଶୋକ

କେନ୍ଦୁଝର,୧୭ ।୨(ଓଡିଶା ଭାସ୍କର): ବିଶିଷ୍ଟ ସମାଜସେବୀ ପଦ୍ମଶ୍ରୀ ତୁଳସୀ ମୁଣ୍ଡା ଅସୁସ୍ଥ ହୋଇଥିବା ଖବର ମିଳିଛି । ଅସୁସ୍ଥ ତୁଳସୀ ମୁଣ୍ଡାଙ୍କୁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ତୁଳସୀ ମୁଣ୍ଡାଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଟ୍ୱିଟ୍ କରି ସେ ଲେଖିଛନ୍ତି ଯେ, ‘ତୁଳସୀଙ୍କ ଅସୁସ୍ଥତା ବିଷୟରେ ଅବଗତ ହୋଇ ମୁଁ ଚିନ୍ତିତ । ତାଙ୍କର ଆଶୁ ଆରୋଗ୍ୟ ଓ ଉତ୍ତମ ସ୍ୱାସ୍ଥ୍ୟ କାମନା କରୁଛି ।’

ସେହିପରି ପଦ୍ମଶ୍ରୀ ତୁଳସୀ ମୁଣ୍ଡାଙ୍କ ଅସୁସ୍ଥତା ଖବର ନେଇ ଚିନ୍ତା ପ୍ରକଟ କରିଛନ୍ତି ରାଜ୍ୟପାଳ ଗଣେଣୀ ଲାଲ । ଚିନ୍ତା ପ୍ରକଟ ସହ ଆଶୁ ଆରୋଗ୍ୟ କାମନା କରିଛନ୍ତି ରାଜ୍ୟପାଳ ।

Get real time updates directly on you device, subscribe now.