fbpx

ରାଜକ୍ଷମା ଖାରଜ, ୧ରେ ଫାଶୀ

ନୂଆଦିଲ୍ଲୀ, ୧୭ା୧: ନିର୍ଭୟା ମାମଲାର ୪ଦୋଷୀଙ୍କ ମଧ୍ୟରୁ ମୁକେଶ ରାଜକ୍ଷମା ପାଇଁ ଆବେଦନ କରିଥିଲା । ଆଜି ସେହି ରାଜକ୍ଷମା ଆବେଦନକୁ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ନିକଟକୁ ଗୃହମନ୍ତ୍ରଣାଳୟ ପଠାଇବା ପରେ ରାଷ୍ଟ୍ରପତି ଏହାକୁ ଖାରଜ କରିଥିଲେ । ସେନେଇ ଆଜି ଫାଶୀ ତାରିଖ ଘୁଞ୍ଚିଛି । ନୂଆ ଡ଼େଥ ୱାରେଣ୍ଟ ଜାରି କରିଛନ୍ତି ପଟିଆଲା ହାଉସ କୋର୍ଟ । ଫେବୃଆରୀ ୧ ସକାଳ ୬ଟାରେ ଦୋଷୀଙ୍କୁ ଫାଶୀ ଦିଆଯିବା ନେଇ ନିଷ୍ପତ୍ତି ନିଆଯାଇଛି ।ଫାଶୀ ଖୁଣ୍ଟରେ ଝୁଲିବେ ଦୋଷୀ ମୁକେଶ, ଅକ୍ଷୟ, ବିନୟ ଓ ପୱନ ।
ଗତ ୧୪ତାରିଖ ଦିନ କ୍ୟୁରେଟିଭ ପିଟିସନ ଆବେଦନ ଉପରେ ଶୁଣାଣି ହୋଇଥିଲା । ଚାରି ଦୋଷୀଙ୍କ ମଧ୍ୟରୁ ଦୁଇ ଦୋଷୀ କ୍ୟୁରେଟିଭ ପିଟିସନ ଆବେଦନ କରିଥିଲେ । ବିନୟ ଓ ମୁକେଶ ଆବେଦନ କରିଥିଲେ କ୍ୟୁରେଟିଭ ପିଟିସନ । ସୁପ୍ରିମକୋର୍ଟରେ ୫ଜଣିଆ ଖଣ୍ଡପୀଠରେ ଏହି ଆବେଦନକୁ ଖାରଜ କରାଯାଇଥିଲା । ଏହି ଆବେଦନ ଖାରଜ ପରେ ମୁକେଶ ରାଜକ୍ଷମା ପାଇଁ ଆବେଦନ କରିିଥିଲା । ରାଜକ୍ଷମା ପାଇଁ ରାଷ୍ଟ୍ରପତି ରାମନାଥ କୋବିନ୍ଦ ପାଖରେ ଆବେଦନ କରାଯାଇଥିଲା । ତିହାର ଜେଲ କର୍ତ୍ତୃପକ୍ଷଙ୍କ ଜରିଆରେ ଏହି ଆବେଦନ କରାଯାଇଥିଲା ।
ଉଲ୍ଲେଖଯୋଗ୍ୟ ଯେ ପୂର୍ବରୁ ୨୨ ତାରିଖରେ ୪ ଦୋଷୀଙ୍କୁ ଫାଶୀଦଣ୍ଡ ଦିଆଯିବା ନେଇ ଧାର୍ଯ୍ୟ କରାଯାଇଥିଲା । ସକାଳ ୭ଟାରେ ସେମାନଙ୍କୁ ଫାଶୀ ଦିଆଯିବା ନେଇ ନିଷ୍ପତ୍ତି ନିଆଯାଇଥିଲା । ଜାନୁଆରି ୭ ତାରିଖରେ ମୃତ୍ୟୁ ପରୱାନା ଜାରି କରିଥିଲେ ପଟିଆଲା ହାଉସକୋର୍ଟ । ତିହାର ଜେଲରେ ସେମାନଙ୍କୁ ଫାଶୀ ଦିଆଯିବା ସହ ପ୍ରସ୍ତୁତି ଚୂଡ଼ାନ୍ତ ରୂପ ନେଇଥିବା ସୂଚନା ରହିଛି ।

Get real time updates directly on you device, subscribe now.