fbpx

ବିଶ୍ୱରେ କରୋନା ମୃତ୍ୟୁସଂଖ୍ୟା ୨୪.୯୫ ଲକ୍ଷରେ ପହଞ୍ଚିଲା

ନୂଆଦିଲ୍ଲୀ, ୨୪ା୨: କରୋନାର ପ୍ରଭାବ କ୍ରମଶଃ କମିବାରେ ଲାଗିଛି । ବିଶ୍ୱରେ କରୋନା ମୃତ୍ୟୁ ୨୪ ଲକ୍ଷ ୯୫ ହଜାର ୩୩୯ରେ ପହଞ୍ଚିଛି । ତେବେ ବିଶ୍ୱରେ ମୋଟ ୮ କୋଟି ୮୨ ଲକ୍ଷ ୨୩ ହଜାର ୬୧୪ ଜଣ ସୁସ୍ଥ ହୋଇଛନ୍ତି । ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୧ କୋଟି ୨୬ ଲକ୍ଷ ୫୧ ହଜାର ୫୨୫କୁ ବୃଦ୍ଧି ପାଇଛି । ୨ କୋଟି ୧୯ ଲକ୍ଷ ୧୭ ହଜାର ୨୨୨ ଜଣ ଏବେ ବି ଚିକିତ୍ସାଧୀନ ଅଛନ୍ତି । ଚିକିତ୍ସାଧୀନଙ୍କ ମଧ୍ୟରୁ ୯୨ ହଜାର ୧୯୨ ଜଣଙ୍କ ଅବସ୍ଥା ଗୁରୁତର ରହିଛି । କରୋନା ପ୍ରଭାବିତ ୨୨୧ଟି ଦେଶ ମଧ୍ୟରୁ ଆମେରିକାରେ ସର୍ବାଧିକ ଲୋକ ମୃତ୍ୟୁବରଣ କରିଥିବା ସୂଚନା ମିଳିଛି । ଆମେରିକାରେ ମୃତ୍ୟୁ ସଂଖ୍ୟା ୫ ଲକ୍ଷ ୧୪ ହଜାର ୯୫୮ ରେ ପହଞ୍ଚିଛି । ସୂଚନାଯୋଗ୍ୟ ଯେ, ବିଶ୍ୱରେ କରୋନା ପ୍ରକୋପ ଯୋଗୁଁ ସାଧାରଣ ଜୀବନ ଯାତ୍ରା ଦୀର୍ଘ ଦିନ ଧରି ଅସ୍ତବ୍ୟସ୍ତ ହୋଇପଡ଼ିଥିଲା ।

Get real time updates directly on you device, subscribe now.