fbpx

ଦେଶରେ ୨୪ ଘଣ୍ଟାରେ ୧୩୮ ମୃତ

ନୂଆଦିଲ୍ଲୀ, ୨୪ା୨: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଏବେ ବଢିବାରେ ଲାଗିଛି। ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାରେ ୧୩୮ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୬ ହଜାର ୭୦୫କୁ ବୃଦ୍ଧି ପାଇଛି । ଦିନକରେ ୧୬ ହଜାର ୭୩୮ ଜଣ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି ।

ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୧୦ ଲକ୍ଷ ୪୬ ହଜାର ୯୧୪ କୁ ବୃଦ୍ଧି ପାଇଛି । ତେବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୫୧ ହଜାର ୭୦୮ ରହିଥିବା ବେଳେ ସୁସ୍ଥ ସଂଖ୍ୟା ୧ କୋଟି ୭ ଲକ୍ଷ ୩୮ ହଜାର ୫୦୧ରେ ପହଞ୍ଚିଛି । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

Get real time updates directly on you device, subscribe now.