fbpx

ବିଶ୍ୱରେ କରୋନା ମୃତ୍ୟୁସଂଖ୍ୟା ୨୫.୧୮ ଲକ୍ଷରେ ପହଞ୍ଚିଲା

ନୂଆଦିଲ୍ଲୀ, ୨୬ା୨: କରୋନାର ପ୍ରଭାବ କ୍ରମଶଃ କମିବାରେ ଲାଗିଛି । ବିଶ୍ୱରେ କରୋନା ମୃତ୍ୟୁ ୨୫ ଲକ୍ଷ ୧୮ ହଜାର ୨୯୨ରେ ପହଞ୍ଚିଛି । ତେବେ ବିଶ୍ୱରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୧ କୋଟି ୩୫ ଲକ୍ଷ ୩୨ ହଜାର ୩୩କୁ ବୃଦ୍ଧି ପାଇଛି । ମୋଟ ୮ କୋଟି ୯୧ ଲକ୍ଷ ୨୦ ହଜାର ୬୫୧ ଜଣ ସୁସ୍ଥ ହୋଇଛନ୍ତି । ୨ କୋଟି ୧୮ ଲକ୍ଷ ୯୩ ହଜାର ୯୦ ଜଣ ଏବେ ବି ଚିକିତ୍ସାଧୀନ ଅଛନ୍ତି । ଚିକିତ୍ସାଧୀନଙ୍କ ମଧ୍ୟରୁ ୯୧ ହଜାର ୪୧୭ ଜଣଙ୍କ ଅବସ୍ଥା ଗୁରୁତର ରହିଛି । କରୋନା ପ୍ରଭାବିତ ୨୨୧ଟି ଦେଶ ମଧ୍ୟରୁ ଆମେରିକାରେ ସର୍ବାଧିକ ଲୋକ ମୃତ୍ୟୁବରଣ କରିଥିବା ସୂଚନା ମିଳିଛି । ଆମେରିକାରେ ମୃତ୍ୟୁ ସଂଖ୍ୟା ୫ ଲକ୍ଷ ୨୦ ହଜାର ୭୩୭ ରେ ପହଞ୍ଚିଛି । ସୂଚନାଯୋଗ୍ୟ ଯେ, ବିଶ୍ୱରେ କରୋନା ପ୍ରକୋପ ଯୋଗୁଁ ସାଧାରଣ ଜୀବନ ଯାତ୍ରା ଦୀର୍ଘ ଦିନ ଧରି ଅସ୍ତବ୍ୟସ୍ତ ହୋଇପଡ଼ିଥିଲା ।

Get real time updates directly on you device, subscribe now.