fbpx

କାଲି ମହାରାଷ୍ଟ୍ର ରାୟ

ନୂଆଦିଲ୍ଲୀ,୨୫ ।୧୧: ସୁପ୍ରିମକୋର୍ଟରେ ମହାରାଷ୍ଟ୍ର ମାମଲାର ଶୁଣାଣି ଶେଷ ହୋଇଛି । କାଲି ଦିନ ୧୦ ଟା ୩୦ରେ ରାୟ ଶୁଣାଇବେ ସୁପ୍ରିମକୋର୍ଟ । ବିରୋଧୀଙ୍କ ଫ୍ଲୋର ଟେଷ୍ଟ ଆବେଦନ ଉପରେ କାଲି ଆସିବ ରାୟ ।

ତେବେ ଶିବସେନା, ଏନସିପି ଓ କଂଗ୍ରେସର ମିଳିତ ଆବେଦନ ଉପରେ ଶୁଣାଣି ଚାଲିଥିଲା । ସମସ୍ତ ପକ୍ଷଙ୍କ ଯୁକ୍ତି ଶୁଣିବା ପରେ ରାୟ ସଂରକ୍ଷିତ ରଖିଲେ ସୁପ୍ରିମକୋର୍ଟ । ବହୁମତ ପରୀକ୍ଷା ହେବ କି ନାହିଁ କାଲି ରାୟ ଶୁଣାଇବେ ସୁପ୍ରିମକୋର୍ଟ ।

ଉଲ୍ଲେଖଯୋଗ୍ୟ ଯେ ଗତ ଶନିବାର ମହାରାଷ୍ଟ୍ର ରାଜନୀତିରେ ରାତାରାତି ବଦଳିଯାଇଥିଲେ ସରକାର । ମୁଖ୍ୟମନ୍ତ୍ରୀ ଭାବେ ବିଜେପିର ଦେବେନ୍ଦ୍ର ଫଡନାଭିସ ଶପଥ ନେଇଥିବା ବେଳେ ଉପ-ମୁଖ୍ୟମନ୍ତ୍ରୀ ଭାବେ ଏନସିପିର ଅଜିତ ପାୱାର ଶପଥ ନେଇଥିଲେ । ରାଜ୍ୟରେ ଶିବସେନା-ଏନସିପି ଓ କଂଗ୍ରେସ ମିଶି ସରକାର ଗଢିବାକୁ ଯୋଜନା କରୁଥିବା ବେଳେ ବାଜି ମାରିନେଇଥିଲା ବିଜେପି । ରାଜ୍ୟରେ ସରକାର ଗଠନ ବିରୋଧରେ ରବିବାର ସୁପ୍ରିମକୋର୍ଟରେ ରିଟ୍ ପିଟିସନ ଆବେଦନ କରିଥିଲେ ଶିବସେନା, କଂଗ୍ରେସ ଓ ଏନସିପି ।

Get real time updates directly on you device, subscribe now.