fbpx

ଦେଶରେ ୨୪ ଘଣ୍ଟାରେ ୯୮ ମୃତ, ୧୪ ହଜାର ଆକ୍ରାନ୍ତ

ନୂଆଦିଲ୍ଲୀ, ୩ା୩ : ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା କମିବାରେ ଲାଗିଛି । ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାରେ ୯୮ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୭ ହଜାର ୩୪୬କୁ ବୃଦ୍ଧି ପାଇଛି । ଦିନକରେ ୧୪ ହଜାର ୯୮୯ ଜଣ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି

ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୧୧ ଲକ୍ଷ ୩୯ ହଜାର ୫୧୬ କୁ ବୃଦ୍ଧି ପାଇଛି । ତେବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା  ୧ ଲକ୍ଷ ୭୦ ହଜାର ୧୨୬ ରହିଥିବା ବେଳେ ସୁସ୍ଥ ସଂଖ୍ୟା ୧ କୋଟି ୮ ଲକ୍ଷ ୧୨ ହଜାର ୪୪ରେ ପହଞ୍ଚିଛି । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

Get real time updates directly on you device, subscribe now.