fbpx

ବିଶ୍ୱରେ କରୋନା ମୃତ୍ୟୁସଂଖ୍ୟା ୨୬.୧୧ ଲକ୍ଷରେ ପହଞ୍ଚିଲା

ନୂଆଦିଲ୍ଲୀ, ୯ା୩: ସମଗ୍ର ବିଶ୍ୱରେ କରୋନାର ପ୍ରଭାବ କ୍ରମଶଃ ବଢ଼ିବାରେ ଲାଗିଛି । ବିଶ୍ୱରେ କରୋନା ମୃତ୍ୟୁ ସଂଖ୍ୟା ୨୬ ଲକ୍ଷ ୧୧ ହଜାର ୫୫୬ରେ ପହଞ୍ଚିଛି । ତେବେ ବିଶ୍ୱରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୧ କୋଟି ୭୭ ଲକ୍ଷ ୩୭ ହଜାର ୭୩୭କୁ ବୃଦ୍ଧି ପାଇଛି । ମୋଟ ୯ କୋଟି ୩୪ ଲକ୍ଷ ୧୬ ହଜାର ୨୫୬ ଜଣ ସୁସ୍ଥ ହୋଇଛନ୍ତି । ୨ କୋଟି ୧୭ ଲକ୍ଷ ୧୫ ହଜାର ୫୭୨ ଜଣ ଏବେ ବି ଚିକିତ୍ସାଧୀନ ଅଛନ୍ତି । ଚିକିତ୍ସାଧୀନଙ୍କ ମଧ୍ୟରୁ ୮୯ ହଜାର ୮୭୩ ଜଣଙ୍କ ଅବସ୍ଥା ଗୁରୁତର ରହିଛି । ଆମେରିକାରେ ମୃତ୍ୟୁ ସଂଖ୍ୟା ୫ ଲକ୍ଷ ୩୮ ହଜାର ୬୦୩ ରେ ପହଞ୍ଚିଛି । ସୂଚନାଯୋଗ୍ୟ ଯେ, ବିଶ୍ୱରେ କରୋନା ପ୍ରକୋପ ଯୋଗୁଁ ସାଧାରଣ ଜୀବନ ଯାତ୍ରା ଦୀର୍ଘ ଦିନ ଧରି ଅସ୍ତବ୍ୟସ୍ତ ହୋଇପଡ଼ିଥିଲା ।

Get real time updates directly on you device, subscribe now.