fbpx

ରାଜ୍ୟରେ ଆଉ ୫୭ ପଜିଟିଭ ଚିହ୍ନଟ, ଜାଣନ୍ତୁ କେଉଁଠୁ କେତେ ?

ଭୁବନେଶ୍ୱର,୯।୩(ଓଡିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି । ଗତ ୨୪ ଘଣ୍ଟାରେ ୫୭ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୭ ହଜାର ୮୬୦ ରେ ପହଞ୍ଚିଛି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୩୪ ଓ ସ୍ଥାନୀୟ ଅଞ୍ଚଳରୁ ୨୩ ଜଣ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ସୁସ୍ଥ ସଂଖ୍ୟା ୩ ଲକ୍ଷ ୩୫ ହଜାର ୧୬୮ ରହିଥିବା ବେଳେ ୭୨୨ ଜଣ ଚିକିତ୍ସିତ ହେଉଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୨ ଜଣ ନୂଆ ସଂକ୍ରମିତ ବାହାରିଛନ୍ତି । ବାକି ୧୨ଟି ଜିଲ୍ଲାରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଦୁଇ ଅଙ୍କରୁ କମ୍ । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.