fbpx

ଦେଶରେ ୨୪ ଘଣ୍ଟାରେ ୧୩୩ ମୃତ, ୧୭ ହଜାର ଆକ୍ରାନ୍ତ

ନୂଆଦିଲ୍ଲୀ, ୧୦ା୩ : ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାରେ ୧୩୩ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୮ ହଜାର ୬୩କୁ ବୃଦ୍ଧି ପାଇଛି । ଦିନକରେ ୧୭ ହଜାର ୯୨୧ ଜଣ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି ।

ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୧୨ ଲକ୍ଷ ୬୨ ହଜାର ୭୦୭ କୁ ବୃଦ୍ଧି ପାଇଛି । ତେବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୮୪ ହଜାର ୫୯୮ ରହିଥିବା ବେଳେ ସୁସ୍ଥ ସଂଖ୍ୟା ୧ କୋଟି ୯ ଲକ୍ଷ ୨୦ ହଜାର ୪୬ରେ ପହଞ୍ଚିଛି । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

Get real time updates directly on you device, subscribe now.