fbpx

ରାଜ୍ୟରେ ଆଉ ୬୯ ପଜିଟିଭ ଚିହ୍ନଟ, ଜାଣନ୍ତୁ କେଉଁଠୁ କେତେ ?

ଭୁବନେଶ୍ୱର,୧୦।୩(ଓଡିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି । ଗତ ୨୪ ଘଣ୍ଟାରେ ୬୯ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୭ ହଜାର ୯୨୯ ରେ ପହଞ୍ଚିଛି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୪୧ ଓ ସ୍ଥାନୀୟ ଅଞ୍ଚଳରୁ ୨୮ ଜଣ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ସୁସ୍ଥ ସଂଖ୍ୟା ୩ ଲକ୍ଷ ୩୫ ହଜାର ୨୫୦ ରହିଥିବା ବେଳେ ୭୦୯ ଜଣ ଚିକିତ୍ସିତ ହେଉଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୧୪ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେହିପରି ଅନୁଗୁଳ ଜିଲ୍ଲାରୁ ୫ଜଣ, ବାଲେଶ୍ୱରରୁ ୬ଜଣ, ବଲାଙ୍ଗିର ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୧୧ଜଣ, ଦେଓଗଡ଼ରୁ ୨ଜଣ, ଯାଜପୁର ଜିଲ୍ଲାରୁ ୫ଜଣ, ଝାରସୁଗୁଡ଼ାରୁ ଜଣେ, କେନ୍ଦୁଝର ଜିଲ୍ଲାରୁ ୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୫ଜଣ, କୋରାପୁରରୁ ଜଣେ, ମୟୂରଭଞ୍ଜ ଜିଲ୍ଲାରୁ ୮ଜଣ, ନବରଙ୍ଗପୁରରୁ ଜଣେ, ପୁରୀରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୪ଜଣ, ଷ୍ଟେଟ୍‌ ପୁଲ୍‌ରୁ ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।

Get real time updates directly on you device, subscribe now.