fbpx

୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର, ୧୨ା୩ (ଓଡିଶା ଭାସ୍କର): ରାଜ୍ୟର ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି । କେନ୍ଦୁଝର, କନ୍ଧମାଳ, କୋରାପୁଟ, ମୟୁରଭଞ୍ଜ, ନବରଙ୍ଗପୁର, ରାୟଗଡ଼ା ଓ ଗଜପତି ଆଦି ଜିଲ୍ଲାରେ ବଜ୍ରପାତ ସହ ବର୍ଷା ସମ୍ଭାବନା ରହିଛି । ତେଣୁ ସତର୍କତାମୂଳକ ପଦକ୍ଷେପ ସ୍ୱରୂପ ଲୋକଙ୍କୁ ଘରେ ରହିବାକୁ ପରାମର୍ଶ ଦିଆଯାଇଛି ।

ସେହିପରି ଆଜି ଶିମିଳିପାଳ ଅଞ୍ଚଳରେ ବିଜୁଳି ସହ ହାଲୁକା ବର୍ଷା ଅନୁଭୂତ ହୋଇଥିବା ରାଡାର ଓ ସାଟେଲାଇଟ ଦ୍ୱାରା ଉତ୍ତୋଳିତ ଚିତ୍ରରୁ ଜଣାପଡ଼ିଛି । ଆଗାମୀ ୩ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି । ଆସନ୍ତା ୧୪ ତାରିଖ ଯାଏଁ ହାଲୁକା ବର୍ଷା ସହ ଘଡ଼ଘଡ଼ି ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ।

Get real time updates directly on you device, subscribe now.