fbpx

ଦେଶରେ ମୃତ୍ୟୁସଂଖ୍ୟା ୧୧୮କୁ ବୃଦ୍ଧି, ୨୬ ହଜାର ହେଲେ ଆକ୍ରାନ୍ତ

ନୂଆଦିଲ୍ଲୀ, ୧୫ା୩ : ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାରେ ୧୧୮ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୮ ହଜାର ୭୨୫କୁ ବୃଦ୍ଧି ପାଇଛି । ଦିନକରେ ୨୬ ହଜାର ୨୯୧ ଜଣ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି ।

ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୧୩ ଲକ୍ଷ ୮୫ ହଜାର ୩୩୯କୁ ବୃଦ୍ଧି ପାଇଛି । ତେବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୧୯ ହଜାର ୨୬୨ ରହିଥିବା ବେଳେ ସୁସ୍ଥ ସଂଖ୍ୟା ୧ କୋଟି ୧୦ ଲକ୍ଷ ୭ ହଜାର ୩୫୨ରେ ପହଞ୍ଚିଛି । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

Get real time updates directly on you device, subscribe now.