fbpx

କରୋନା ମୁକାବିଲା ପାଇଁ ବୈଠକ ଡକାଇଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୫ ।୩: କରୋନା ସଂକ୍ରମଣ ମାଲା ବଢିବାରେ ଲାଗିଛି । ଏହାରି ମଧ୍ୟରେ କରୋନା ମୁକାବିଲା ନେଇ ବୈଠକ ଡକାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀ ବୈଠକ କରିବେ । ୧୭ ମାର୍ଚ୍ଚରେ ଦିନ ୧୨ଟା ୩୦ରେ ବସିବ ବୈଠକ ।

ତେବେ ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ କରୋନାରେ ୧୧୮ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୮ ହଜାର ୭୨୫କୁ ବୃଦ୍ଧି ପାଇଛି । ଦିନକରେ ୨୬ ହଜାର ୨୯୧ ଜଣ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି । ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୧୩ ଲକ୍ଷ ୮୫ ହଜାର ୩୩୯କୁ ବୃଦ୍ଧି ପାଇଛି । ତେବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୧୯ ହଜାର ୨୬୨ ରହିଥିବା ବେଳେ ସୁସ୍ଥ ସଂଖ୍ୟା ୧ କୋଟି ୧୦ ଲକ୍ଷ ୭ ହଜାର ୩୫୨ରେ ପହଞ୍ଚିଛି । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

Get real time updates directly on you device, subscribe now.