fbpx

ରାଜ୍ୟରେ ଆଉ ୮୨ ପଜିଟିଭ ଚିହ୍ନଟ, ଜାଣନ୍ତୁ କେଉଁଠୁ କେତେ ?

ଭୁବନେଶ୍ୱର,୧୭।୩(ଓଡିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି । ଗତ ୨୪ ଘଣ୍ଟାରେ ୮୨ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୮ ହଜାର ୪୦୫ ରେ ପହଞ୍ଚିଛି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୪୮ ଓ ସ୍ଥାନୀୟ ଅଞ୍ଚଳରୁ ୩୪ ଜଣ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ସୁସ୍ଥ ସଂଖ୍ୟା ୩ ଲକ୍ଷ ୩୫ ହଜାର ୭୯୬ ରହିଥିବା ବେଳେ ୬୩୮ ଜଣ ଚିକିତ୍ସିତ ହେଉଛନ୍ତି । ଆଜି ମୟୁରଭଞ୍ଜ ଜିଲ୍ଲାରୁ ସର୍ବାଧିକ ୧୧ ଜଣ ଲେଖାଏଁ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.