fbpx

ସମସ୍ତ ଜରୁରୀକାଳୀନ ସେବା ପାଇଁ ଗୋଟିଏ ନମ୍ବର- ‘୧୧୨’, ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୯ା୩ (ଓଡିଶା ଭାସ୍କର): ଆଜିଠାରୁ ରାଜ୍ୟର ସମସ୍ତ ଜରୁରୀକାଳୀନ ସେବା ପାଇଁ ଗୋଟିଏ ନମ୍ବର କାର୍ଯ୍ୟ କରିବ । ପୋଲିସ, ଦମକଳ ଓ ଆମ୍ବୁଲାନ୍ସ ସେବା ପାଇଁ ଏହି ନମ୍ବରର ବ୍ୟବହାର କରାଯିବ । ଏହି ଏକୀଭୂତ ନମ୍ବର ‘୧୧୨’ର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଅପରାହ୍ଣ ୫ଟାରେ ଭିଡିଓ କନଫରେନ୍ସିଂ ଜରିଆରେ ମୁଖ୍ୟମନ୍ତ୍ରୀ ଏହାର ଶୁଭାରମ୍ଭ କରିବେ ବୋଲି ସୂଚନା ମିଳିଛି । ସୂଚନାଯୋଗ୍ୟ ଯେ, ପୂର୍ବରୁ ପୋଲିସ ସେବା ପାଇଁ ୧୦୦, ଅଗ୍ନିଶମ ପାଇଁ ୧୦୧ ଓ ଆମ୍ବୁଲାନ୍ସ ପାଇଁ ୧୦୮, ଜନନୀ ଏକ୍ସପ୍ରେସ୍ ପାଇଁ ୧୦୨କୁ ଡାଏଲ କରିବାକୁ ପଡ଼ୁଥିଲା । ବର୍ତ୍ତମାନ ଏହି ଗୋଟିଏ ନମ୍ବର ଜାରି ହେବା ସହ ସମସ୍ତ ସମସ୍ୟା ଦୂର ହୋଇପାରିବ ବୋଲି କୁହାଯାଇଛି ।

Get real time updates directly on you device, subscribe now.