fbpx

୧୭ ଜିଲ୍ଲା ସାବଧାନ୍! ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା

ଭୁବନେଶ୍ୱର,୧୯ ।୩(ଓଡିଶା ଭାସ୍କର): ରାଜ୍ୟରେ ବର୍ଷା ସହିତ ବଜ୍ରପାତ ହେବାର ସମ୍ଭାବନା ରହିଛି । ଏନେଇ ୧୭ ଜିଲ୍ଲାକୁ ସତର୍କ ରହିବାକୁ ଏସଆରସି ନିର୍ଦ୍ଦେଶ ଦେଇଛନ୍ତି । ପାଣିପାଗ ବିଭାର ସୂଚନା ଅନୁସାରେ ୨୧ ତାରିଖ ଯାଏଁ ସତର୍କ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି । ସେହି ୧୭ଟି ଜିଲ୍ଲା ଯଥା- ନୂଆପଡା, ବଲାଙ୍ଗିର, ବରଗଡ, ଝାରସୁଗୁଡା, ସମ୍ବଲପୁର, ସୁନ୍ଦରଗଡ, ଦେବଗଡ, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୁବର୍ଣ୍ଣପୁର, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରପଡା ଓ କଟକ ଜିଲ୍ଲାକୁ ସତର୍କ ସୂଚନା ଦିଆଯାଇଛି ।

ତେବେ ରାଜ୍ୟରେ ବର୍ଷା ସହ ବଜ୍ରପାତ ହେବାର ଆଶଙ୍କାରେ ଆଜି ପାଇଁ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହି ୮ ଜିଲ୍ଲା ଯଥା- ସୁନ୍ଦରଗଡ, କେନ୍ଦୁଝର, ଦେବଗଡ, ଝାରସୁଗୁଡା, ଅନୁଗୁଳ, ସମ୍ବଲପୁର, ବୌଦ୍ଧ ଓ ମୟୂରଭଞ୍ଜରେ ପ୍ରବଳ ବର୍ଷା ସାଙ୍ଗକୁ ବଜ୍ରପାତ ହୋଇପାରେ ।

ସେହିପରି ମାର୍ଚ୍ଚ ୨୦ ପାଇଁ ରାଜ୍ୟର ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ୬ଟି ଜିଲ୍ଲାଗୁଡିକ ହେଉଛି- କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର ଓ କେନ୍ଦ୍ରାପଡା । ଏହି ସ୍ଥାନରେ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି ।

Get real time updates directly on you device, subscribe now.