fbpx

ମୃତ୍ୟୁସଂଖ୍ୟା ୨୭.୨୭ ଲକ୍ଷରେ ପହଞ୍ଚିଲା

ନୂଆଦିଲ୍ଲୀ, ୨୨ା୩: ସମଗ୍ର ବିଶ୍ୱରେ କରୋନାର ପ୍ରଭାବ କ୍ରମଶଃ ବଢ଼ିବାରେ ଲାଗିଛି । ବିଶ୍ୱରେ କରୋନା ମୃତ୍ୟୁ ସଂଖ୍ୟା ୨୭ ଲକ୍ଷ ୨୭ ହଜାର ୪୨୮ରେ ପହଞ୍ଚିଛି । ତେବେ ବିଶ୍ୱରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨ କୋଟି ୩୮ ଲକ୍ଷ ୫୦ ହଜାର ୯୦୪କୁ ବୃଦ୍ଧି ପାଇଛି । ମୋଟ ୯ କୋଟି ୯୭ ଲକ୍ଷ ୭୮ ହଜାର ୪୬୩ ଜଣ ସୁସ୍ଥ ହୋଇଛନ୍ତି । ୨ କୋଟି ୧୩ ଲକ୍ଷ ୪୫ ହଜାର ୧୩ ଜଣ ଏବେ ବି ଚିକିତ୍ସାଧୀନ ଅଛନ୍ତି । ଚିକିତ୍ସାଧୀନଙ୍କ ମଧ୍ୟରୁ ୯୦ ହଜାର ୧୮୮ ଜଣଙ୍କ ଅବସ୍ଥା ଗୁରୁତର ରହିଛି । କରୋନା ପ୍ରଭାବିତ ୨୧୯ଟି ଦେଶ ମଧ୍ୟରୁ ଆମେରିକାରେ ସର୍ବାଧିକ ମୃତ୍ୟୁ ଘଟିଛି । ଆମେରିକାରେ ମୃତ୍ୟୁ ସଂଖ୍ୟା ୫ ଲକ୍ଷ ୫୫ ହଜାର ୩୧୪ରେ ପହଞ୍ଚିଛି । ସୂଚନାଯୋଗ୍ୟ ଯେ, ବିଶ୍ୱରେ କରୋନା ପ୍ରକୋପ ଯୋଗୁଁ ସାଧାରଣ ଜୀବନ ଯାତ୍ରା ଦୀର୍ଘ ଦିନ ଧରି ଅସ୍ତବ୍ୟସ୍ତ ହୋଇପଡ଼ିଥିଲା ।

Get real time updates directly on you device, subscribe now.