fbpx

ମୃତ୍ୟୁସଂଖ୍ୟା ଦୁଇ ଶହ ଟପିଲା, ୪୭ ହଜାର ପଜିଟିଭ

ନୂଆଦିଲ୍ଲୀ, ୨୨ା୩ : ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାରେ ୨୧୨ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୯ ହଜାର ୯୬୭କୁ ବୃଦ୍ଧି ପାଇଛି । ଦିନକରେ ୪୬ ହଜାର ୯୫୧ ଜଣ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି ।

ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୧୬ ଲକ୍ଷ ୪୬ ହଜାର ୮୧କୁ ବୃଦ୍ଧି ପାଇଛି । ତେବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୪ ହଜାର ୬୪୬ ରହିଥିବା ବେଳେ ସୁସ୍ଥ ସଂଖ୍ୟା ୧ କୋଟି ୧୧ ଲକ୍ଷ ୫୧ ହଜାର ୪୬୮ରେ ପହଞ୍ଚିଛି । ଗତକାଲି ସୁଦ୍ଧା ୪ କୋଟି ୫୦ ଲକ୍ଷ ୬୫ ହଜାର ୯୯୮ ଜଣ ଟିକା ନେଇଛନ୍ତି । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

Get real time updates directly on you device, subscribe now.