fbpx

ରାଜ୍ୟରେ ୧୦୦ ଟପିଲା କରୋନା ପଜିଟିଭ୍, ଜାଣନ୍ତୁ କେଉଁଠୁ କେତେ

ଭୁବନେଶ୍ୱର, ୨୧ା୩ (ଓଡିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ଏହା ମଧ୍ୟରେ ଆଜି ପୁଣି ୧୪୬ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୮୭ ଓ ସ୍ଥାନୀୟ ଅଞ୍ଚଳରୁ ୫୯ ଜଣ ଚିହ୍ନଟ ହୋଇଛନ୍ତି ।

ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୮ ହଜାର ୯୬୩ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୩ ଲକ୍ଷ ୩୬ ହଜାର ୧୨୪ ରହିଥିବା ବେଳେ ୮୬୭ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.