fbpx

ଆଜିଠାରୁ ଓଡ଼ିଶାରେ ନାଇଟ୍ କର୍ଫ୍ୟୁ: ଜାଣନ୍ତୁ କେଉଁ ସହରରେ

ଭୁବନେଶ୍ୱର, ୨୩ା୩ (ଓଡିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି । ରାଜଧାନୀ ଭୁବନେଶ୍ୱର ଓ କଟକରୁ ନୂଆ ମାମଲା ଆସିବା ନେଇ ପ୍ରଶାସନ ତତ୍ପର ହୋଇ ଉଠିଛି । ଆଜି ରାତି ୯ଟାରୁ ମାର୍ଚ୍ଚ ୩୧ ତାରିଖ ମଧ୍ୟରାତ୍ରି ପର୍ଯ୍ୟନ୍ତ ମାଲକାନଗିରି ଜିଲ୍ଲାରେ ନାଇଟ କର୍ଫ୍ୟୁ ଲାଗୁ ହେବ । ତେବେ ରାତି ୯ଟାରୁ ସକାଳ ୬ଟା ପର୍ଯ୍ୟନ୍ତ କର୍ଫ୍ୟୁ ବଳବତ୍ତର ରହିବ । ବଡ଼ଯାତ୍ରାକୁ ଦୃଷ୍ଟିରେ ରଖି ପ୍ରଶାସନ ଏହି ନିଷ୍ପତ୍ତି ନେଇଥିବା ଜଣାପଡ଼ିଛି ।

ତେବେ ବଡ଼ଯାତ୍ରାରେ ସର୍ବାଧିକ ୨ ଶହ ଲୋକଙ୍କୁ ଏକାଠି ହେବାକୁ ଅନୁମତି ଦିଆଯିବା ସହ କୋଭିଡ ଲକ୍ଷଣ ଥିବା ବ୍ୟକ୍ତିଙ୍କୁ ପ୍ରବେଶ ନିଷେଧ କରାଯାଇଛି । ମାସ୍କ ପିନ୍ଧିବା, ସାମାଜିକ ଦୂରତା ବଜାୟ, ଥର୍ମାଲ ସ୍କ୍ରିନିଂ ଓ ସାନିଟାଇଜର ବ୍ୟବହାର କରିବାକୁ ବାଧ୍ୟତାମୂଳକ କରାଯାଇଛି । ନିୟମ ଉଲ୍ଲଂଘନକାରୀଙ୍କ ଉପରେ ନଜର ରଖିବାକୁ ଜିଲ୍ଲା ଏସପି ନିର୍ଦ୍ଦେଶ ଦେଇଛନ୍ତି ।

Get real time updates directly on you device, subscribe now.