fbpx

ମୃତ୍ୟୁସଂଖ୍ୟା ୧୯୯ରେ ପହଞ୍ଚିଲା, ୪୦ ହଜାର ପଜିଟିଭ

ନୂଆଦିଲ୍ଲୀ, ୨୩ା୩ : ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାରେ ୧୯୯ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୬୦ ହଜାର ୧୬୬କୁ ବୃଦ୍ଧି ପାଇଛି । ଦିନକରେ ୪୦ ହଜାର ୭୧୫ ଜଣ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି ।

ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୧୬ ଲକ୍ଷ ୮୬ ହଜାର ୭୯୬କୁ ବୃଦ୍ଧି ପାଇଛି । ତେବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୪୫ ହଜାର ୩୭୭ ରହିଥିବା ବେଳେ ସୁସ୍ଥ ସଂଖ୍ୟା ୧ କୋଟି ୧୧ ଲକ୍ଷ ୮୧ ହଜାର ୨୫୩ରେ ପହଞ୍ଚିଛି । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

Get real time updates directly on you device, subscribe now.