fbpx

ପିପିଲି ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି, ଜାଣନ୍ତୁ କେବେଠାରୁ ନାମାଙ୍କନ ପତ୍ର ଦାଖଲ କରିବେ ପ୍ରାର୍ଥୀ

ଭୁବନେଶ୍ୱର, ୨୩ା୩ (ଓଡିଶା ଭାସ୍କର): ପିପିଲି ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି । ରାଜ୍ୟ ନିର୍ବାଚନ ଅଧିକାରୀଙ୍କ ପକ୍ଷରୁ ବିଧିବଦ୍ଧ ଭାବେ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି । ଆଜିଠାରୁ ପ୍ରାର୍ଥୀ ନାମାଙ୍କନପତ୍ର ଦାଖଲ କରିପାରିବେ । ପ୍ରାର୍ଥୀପତ୍ର ଦାଖଲର ଶେଷ ତାରିଖ ରହିଛି ମାର୍ଚ୍ଚ ୩୦ ତାରିଖ । ଏପ୍ରିଲ ୩ ତାରିଖ ପ୍ରାର୍ଥୀପତ୍ର ପ୍ରତ୍ୟାହାରର ଶେଷ ତାରିଖ । ଏପ୍ରିଲ ମାସ ୧୭ ତାରିଖରୁ ସକାଳ ୭ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଭୋଟ ଗ୍ରହଣ କରାଯିବ । ମେ ମାସ ୪ ତାରିଖ ସୁଦ୍ଧା ନିର୍ବାଚନ ପ୍ରକ୍ରିୟା ସମାପ୍ତ ହେବ । ସୂଚନାଯୋଗ୍ୟ ଯେ, ପିପିଲିର ପୂର୍ବତନ ବିଧାୟକ ପ୍ରଦୀପ ମହାରଥୀଙ୍କ ଦେହାନ୍ତ ପରଠାରୁ ଏହି ଆସନଟି ଖାଲି ପଡ଼ିଛି ।

Get real time updates directly on you device, subscribe now.