fbpx

୨୭.୪୫ ଲକ୍ଷରେ ପହଞ୍ଚିଲା କରୋନା ମୃତ୍ୟୁସଂଖ୍ୟା

ନୂଆଦିଲ୍ଲୀ, ୨୪ା୩: ସମଗ୍ର ବିଶ୍ୱରେ କରୋନାର ପ୍ରଭାବ କ୍ରମଶଃ ବଢ଼ିବାରେ ଲାଗିଛି । ବିଶ୍ୱରେ କରୋନା ମୃତ୍ୟୁ ସଂଖ୍ୟା ୨୭ ଲକ୍ଷ ୪୫ ହଜାର ୩୮୩ରେ ପହଞ୍ଚିଛି । ତେବେ ବିଶ୍ୱରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨ କୋଟି ୪୭ ଲକ୍ଷ ୮୯ ହଜାର ୫୬୮କୁ ବୃଦ୍ଧି ପାଇଛି । ମୋଟ ୧୦ କୋଟି ୮ ଲକ୍ଷ ୨୦ ହଜାର ୪୫୯ ଜଣ ସୁସ୍ଥ ହୋଇଛନ୍ତି । ୨ କୋଟି ୧୨ ଲକ୍ଷ ୨୩ ହଜାର ୬୯୪ ଜଣ ଏବେ ବି ଚିକିତ୍ସାଧୀନ ଅଛନ୍ତି । ଚିକିତ୍ସାଧୀନଙ୍କ ମଧ୍ୟରୁ ୯୧ ହଜାର ୩୩୪ ଜଣଙ୍କ ଅବସ୍ଥା ଗୁରୁତର ରହିଛି । କରୋନା ପ୍ରଭାବିତ ୨୧୯ଟି ଦେଶ ମଧ୍ୟରୁ ଆମେରିକାରେ ସର୍ବାଧିକ ମୃତ୍ୟୁ ଘଟିଛି । ଆମେରିକାରେ ମୃତ୍ୟୁ ସଂଖ୍ୟା ୫ ଲକ୍ଷ ୫୬ ହଜାର ୮୮୩ରେ ପହଞ୍ଚିଛି । ସୂଚନାଯୋଗ୍ୟ ଯେ, ବିଶ୍ୱରେ କରୋନା ପ୍ରକୋପ ଯୋଗୁଁ ସାଧାରଣ ଜୀବନ ଯାତ୍ରା ଦୀର୍ଘ ଦିନ ଧରି ଅସ୍ତବ୍ୟସ୍ତ ହୋଇପଡ଼ିଥିଲା ।

Get real time updates directly on you device, subscribe now.