fbpx

ଆଜିଠୁ ରାଜଧାନୀରେ ମାସ୍କ ଚେକିଂ କଡାକଡି

ଭୁବନେଶ୍ୱର,୨୪ ।୩(ଓଡିଶା ଭାସ୍କର): କୋଭିଡ ସଂକ୍ରମଣକୁ ଦୃଷ୍ଟିରେ ରଖି ଆଜିଠାରୁ ରାଜଧାନୀ ଭୁବନେଶ୍ୱରରେ ମାସ୍କ ଚେକିଂ କଡାକଡି କରାଯିବ ।

ନିୟମ ଉଲ୍ଲଙ୍ଘନକାରୀଙ୍କ ଠାରୁ ଜରିମାନା ଆଦାୟ ହେବ ।

ସପିଂ ମଲ ଓ ଜନଗହଳିପୂର୍ଣ୍ଣ ଅଞ୍ଚଳରେ ଚେକିଂ କଡାକଡି କରାଯିବ ।

ବିଭିନ୍ନ ଥାନାକୁ ନେଇ ଏନଫୋର୍ସମେଣ୍ଟ ଟିମ୍ ଗଠନ ହୋଇଛି ।

ଏନେଇ ଭୁବନେଶ୍ୱର ଡିସିପି ଉମାଶଙ୍କର ଦାସ ସୂଚନା ଦେଇଛନ୍ତି ।

ତେବେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହୁ ହୁ ହୋଇ ବଢ଼ିବାରେ ଲାଗିଛି ।

ଏହା ମଧ୍ୟରେ ଆଜି ପୁଣି ୧୭୦ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି ।

ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୯୯ ଓ ସ୍ଥାନୀୟ ଅଞ୍ଚଳରୁ ୭୧ ଜଣ ଚିହ୍ନଟ ହୋଇଛନ୍ତି ।

ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୯ ହଜାର ୨୪୬ରେ ପହଞ୍ଚିଛି ।

ରାଜ୍ୟରେ ସୁସ୍ଥ ସଂଖ୍ୟା ୩ ଲକ୍ଷ ୩୬ ହଜାର ୨୬୬ରହିଥିବା ବେଳେ ୧୦୦୮ ଜଣ ଚିକିତ୍ସିତ ହେଉଛନ୍ତି ।

ତେବେ ଆଜି ନୂଆପଡା ଜିଲ୍ଲାରୁ ସର୍ବାଧିକ ୨୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।

ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.