fbpx

ରାଉରକେଲା ଏନଆଇଟିରେ କରୋନା, ଛାତ୍ରଛାତ୍ରୀ ପଜିଟିଭ

ରାଉରକେଲା,୨୪ ।୩(ଓଡିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମଣ ବଢିବାରେ ଲାଗିଛି । ଏହାରି ମଧ୍ୟରେ ରାଉରକେଲା ଏନଆଇଟିରେ ୩ ଜଣ ଛାତ୍ରଛାତ୍ରୀ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । କ୍ୟାମ୍ପସ ପରିସରରେ ଆକ୍ରାନ୍ତ ଛାତ୍ରଛାତ୍ରୀଙ୍କୁ ସଙ୍ଗରୋଧରେ ରଖାଯାଇଛି । ମାର୍ଚ୍ଚ ୧୦ରେ ଜଣେ, ୧୫ ଓ ୨୨ ତାରିଖରେ ୨ ପିଲା କରୋନା ପଜିଟିଭ ଚିହ୍ନଟ ହୋଇଥିଲେ ।

ତେବେ ଦୁଇ ଦିନ ତଳେ ଏଆଇଟିରେ ସମାବର୍ତ୍ତନ ସମାରୋହ ହୋଇଥିଲା । ଏହି ସମାରୋହରେ କରୋନା ବ୍ୟାପିଥିବା ସନ୍ଦେହ ହେଉଛି ।

ଉଲ୍ଲେଖଯୋଗ୍ୟ ଯେ, ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହୁ ହୁ ହୋଇ ବଢ଼ିବାରେ ଲାଗିଛି । ଏହା ମଧ୍ୟରେ ଆଜି ପୁଣି ୧୭୦ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୯୯ ଓ ସ୍ଥାନୀୟ ଅଞ୍ଚଳରୁ ୭୧ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୯ ହଜାର ୨୪୬ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୩ ଲକ୍ଷ ୩୬ ହଜାର ୨୬୬ରହିଥିବା ବେଳେ ୧୦୦୮ ଜଣ ଚିକିତ୍ସିତ ହେଉଛନ୍ତି । ଆଜି ନୂଆପଡା ଜିଲ୍ଲାରୁ ସର୍ବାଧିକ ୨୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.