fbpx

ବଢ଼ିଲା ବିପଦ : ଦୈନିକ ସଂକ୍ରମଣ ୫୦ ହଜାର ଟପିଛି

ନୂଆଦିଲ୍ଲୀ, ୨୫।୩ : ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ଗତ ୨୪ ଘଂଟା ମଧ୍ୟରେ ଦେଶରେ ୫୦ ହଜାରରୁ ଉର୍ଦ୍ଧ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୬୦ ହଜାର ୬୯୨କୁ ବୃଦ୍ଧି ପାଇଛି । ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାରେ ୨୫୧ ଜଣଙ୍କ ମୃତ୍ୟୁ ଘଟିଛି । ଏହାସହ ଦିନକରେ ୫୩ ହଜାର ୪୭୬ ଜଣ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି ।

ଏହି କ୍ରମରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୧୭ ଲକ୍ଷ ୮୭ ହଜାର ୫୩୪କୁ ବୃଦ୍ଧି ପାଇଛି । ତେବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୯୫ ହଜାର ୧୯୨ ରହିଥିବା ବେଳେ ସୁସ୍ଥ ସଂଖ୍ୟା ୧ କୋଟି ୧୨ ଲକ୍ଷ ୩୧ ହଜାର ୬୫୦ରେ ପହଞ୍ଚିଛି । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

Get real time updates directly on you device, subscribe now.