fbpx

ରେଭେନ୍ସାରୁ ଆଉ ଜଣେ ପଜିଟିଭ ଚିହ୍ନଟ

କଟକ, ୨୫ ।୩ (ଓଡିଶା ଭାସ୍କର): ପୁଣି କରୋନା ମହାମାରୀ ସକ୍ରିୟ ହେବାରେ ଲାଗିଛି । ଏହାରି ମଧ୍ୟରୁ ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ଆଉ ଜଣେ ଛାତ୍ର କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ରେଭେନ୍ସାରେ ପଜିଟିଭ ସଂଖ୍ୟା ୩କୁ ବୃଦ୍ଧି ପାଇଛି । ବିଶ୍ୱବିଦ୍ୟାଳୟ ବନ୍ଦ ହେବ କି ନାହିଁ, ତାହା ଆଜିର ବୈଠକ ପରେ ନିଷ୍ପତ୍ତି ନିଆଯିବ ।

ଏହା ପୂର୍ବରୁ ରେଭେନ୍ସା ବିଶ୍ୱବିଦ୍ୟାଳୟ କ୍ୟାମ୍ପସରୁ ୨ କରୋନା ପଜିଟିଭ ଚିହ୍ନଟ ହୋଇଥିଲେ । ଏହାପରେ ସତର୍କତାମୂଳକ ପଦକ୍ଷେପ ସ୍ୱରୂପ ୟୁଜି ଓ ପିଜି ରେଗୁଲାର୍, ବ୍ୟାକ ପରୀକ୍ଷାକୁ ଅନିର୍ଦ୍ଦିଷ୍ଟ କାଳ ଯାଏ ସ୍ଥଗିତ ରଖାଯାଇଛି । ଦୁଇ ହଷ୍ଟେଲରେ ଯେଉଁ ମହଲାରେ ଛାତ୍ରୀ ଆକ୍ରାନ୍ତ ହୋଇଛନ୍ତି, ସେହି ମହଲାରୁ କାହାରିକୁ ବାହାରକୁ ଆସିବାକୁ କିମ୍ବା ଯିବାକୁ ଅନୁମତି ଦିଆଯାଉନାହିଁ । ଏନେଇ ରେଭେନ୍ସା ବିଶ୍ୱବିଦ୍ୟାଳୟ ପରୀକ୍ଷା ନିୟନ୍ତ୍ରକ ସୂଚନା ଦେଇଛନ୍ତି ।

ଅନ୍ୟପଟେ ରେଭେନ୍ସା ହଷ୍ଟେଲରେ ରହୁଥିବା ଅନ୍ୟ ଛାତ୍ରୀଙ୍କୁ ଆସନ୍ତା ଦୁଇଦିନ ମଧ୍ୟରେ ହଷ୍ଟେଲ ଛାଡିବାକୁ ପରାମର୍ଶ ଦିଆଯାଇଛି। ଆକ୍ରାନ୍ତ ହୋଇଥିବା ଦୁଇଜଣ ଛାତ୍ରୀ ଷ୍ଟଡିରୁମ ସହ ଶୌଚାଳୟ ବି ବ୍ୟବହାର କରିଥିଲେ । ତେଣୁ ସେମାନଙ୍କ ସହ ମିଶିଥିବା ସହପାଠୀ ଆଶଙ୍କା ମଧ୍ୟରେ ଅଛନ୍ତି । କିଛି ଦିନ ତଳେ ଜଣେ ଅଧ୍ୟାପିକା ବି କରୋନା ସଂକ୍ରମିତ ହୋଇଥିଲେ।

Get real time updates directly on you device, subscribe now.