fbpx

୨୭.୭୮ ଲକ୍ଷରେ ପହଞ୍ଚିଲା କରୋନା ମୃତ୍ୟୁସଂଖ୍ୟା

ନୂଆଦିଲ୍ଲୀ, ୨୭ା୩: ସମଗ୍ର ବିଶ୍ୱରେ କରୋନାର ପ୍ରଭାବ କ୍ରମଶଃ ବଢ଼ିବାରେ ଲାଗିଛି । ବିଶ୍ୱରେ କରୋନା ମୃତ୍ୟୁ ସଂଖ୍ୟା ୨୭ ଲକ୍ଷ ୭୮ ହଜାର ୮୧୮ରେ ପହଞ୍ଚିଛି । ତେବେ ବିଶ୍ୱରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨ କୋଟି ୬୬ ଲକ୍ଷ ୭୫ ହଜାର ୭୬୪କୁ ବୃଦ୍ଧି ପାଇଛି । ମୋଟ ୧୦ କୋଟି ୧୧ ଲକ୍ଷ ୨୧ ହଜାର ୬୬୦ ଜଣ ସୁସ୍ଥ ହୋଇଛନ୍ତି । ୨ କୋଟି ୧୭ ଲକ୍ଷ ୫୭ ହଜାର ୭୩୬ ଜଣ ଏବେ ବି ଚିକିତ୍ସାଧୀନ ଅଛନ୍ତି । ଚିକିତ୍ସାଧୀନଙ୍କ ମଧ୍ୟରୁ ୯୨ ହଜାର ୪୬୨ ଜଣଙ୍କ ଅବସ୍ଥା ଗୁରୁତର ରହିଛି । କରୋନା ପ୍ରଭାବିତ ୨୨୧ଟି ଦେଶ ମଧ୍ୟରୁ ଆମେରିକାରେ ସର୍ବାଧିକ ମୃତ୍ୟୁ ଘଟିଛି । ଆମେରିକାରେ ମୃତ୍ୟୁ ସଂଖ୍ୟା ୫ ଲକ୍ଷ ୬୧ ହଜାର ୧୪୨ରେ ପହଞ୍ଚିଛି । ସୂଚନାଯୋଗ୍ୟ ଯେ, ବିଶ୍ୱରେ କରୋନା ପ୍ରକୋପ ଯୋଗୁଁ ସାଧାରଣ ଜୀବନ ଯାତ୍ରା ଦୀର୍ଘ ଦିନ ଧରି ଅସ୍ତବ୍ୟସ୍ତ ହୋଇପଡ଼ିଥିଲା ।

Get real time updates directly on you device, subscribe now.