fbpx

ଅସମ୍ଭାଳ ସ୍ଥିତି : ଦିନକରେ ୭୨,୩୩୦ ଆକ୍ରାନ୍ତ ବେଳେ ୪୫୯ ମୃତ

ନୂଆଦିଲ୍ଲୀ, ୧। ୪ : ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାରେ ୪୫୯ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୬୨ ହଜାର ୯୨୭ କୁ ବୃଦ୍ଧି ପାଇଛି । ଦିନକରେ ୭୨ ହଜାର ୩୩୦ ଜଣ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି ।

ତେବେ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୨୨ ଲକ୍ଷ ୨୧ ହଜାର ୬୬୫ କୁ ବୃଦ୍ଧି ପାଇଛି । ତେବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୫ ଲକ୍ଷ ୮୪ ହଜାର ୦୫୫ ରହିଥିବା ବେଳେ ସୁସ୍ଥ ସଂଖ୍ୟା ୧ କୋଟି ୧୪ ଲକ୍ଷ ୭୪ ହଜାର ୬୮୩ରେ ପହଞ୍ଚିଛି । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

Get real time updates directly on you device, subscribe now.