fbpx

ଦେଶରେ ୪୬୯ ମୃତ, ଆକ୍ରାନ୍ତ ସଂଖ୍ୟା ୮୧ ହଜାର ଟପିଲା

ନୂଆଦିଲ୍ଲୀ, ୨ା୪ : ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାରେ ୪୬୯ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୬୩ ହଜାର ୩୯୬କୁ ବୃଦ୍ଧି ପାଇଛି । ଦିନକରେ ୮୧ ହଜାର ୪୬୬ ଜଣ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି ।

ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୨୩ ଲକ୍ଷ ୩ ହଜାର ୧୩୧କୁ ବୃଦ୍ଧି ପାଇଛି । ତେବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୬ ଲକ୍ଷ ୧୪ ହଜାର ୬୯୬ ରହିଥିବା ବେଳେ ସୁସ୍ଥ ସଂଖ୍ୟା ୧ କୋଟି ୧୫ ଲକ୍ଷ ୨୫ ହଜାର ୩୯ରେ ପହଞ୍ଚିଛି । ୬ କୋଟି ୮୭ ଲକ୍ଷ ୮୯ ହଜାର ୧୩୮ ଜଣ ଟିକା ନେଇଛନ୍ତି । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

Get real time updates directly on you device, subscribe now.