fbpx

ଅସମ୍ଭାଳ କରୋନା ସ୍ଥିତି ! ରାଜ୍ୟରେ ଆଜି ୪୫୨ ପଜିଟିଭ ଚିହ୍ନଟ , ଜାଣନ୍ତୁ କେଉଁଠୁ କେତେ ?

ଭୁବନେଶ୍ୱର,୩।୪(ଓଡିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି ।  ଆଜି ପୁଣି ୪୫୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୨୬୭ ଓ ସ୍ଥାନୀୟ ଅଞ୍ଚଳରୁ ୧୮୫ ଜଣ ଚିହ୍ନଟ ହୋଇଛନ୍ତି । ଏତେ ସଂଖ୍ୟକ ପଜିଟିଭ ଚିହ୍ନଟ ପରେ ଲାଗୁଛି ଓଡିଶାକୁ ପୁଣି ଫେରିପାରେ ଲକଡାଉନ ।

ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୪୨ ହଜାର ୨୨୪ ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୩ ଲକ୍ଷ ୩୭ ହଜାର ୪୩୦ ରହିଥିବା ବେଳେ ୨୮୨୦ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୭୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.