fbpx

ଦେଶରେ ମୃତ୍ୟୁସଂଖ୍ୟା ୫ ଶହ ଟପିଲା, ଆକ୍ରାନ୍ତ ସଂଖ୍ୟା ୯୦ ହଜାର ଟପିଲା

ନୂଆଦିଲ୍ଲୀ, ୪ା୪ : ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାରେ ୫୧୩ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୬୪ ହଜାର ୬୨୩କୁ ବୃଦ୍ଧି ପାଇଛି । ଦିନକରେ ୯୩ ହଜାର ୨୪୯ ଜଣ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି ।

ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୨୪ ଲକ୍ଷ ୮୫ ହଜାର ୫୦୯କୁ ବୃଦ୍ଧି ପାଇଛି । ତେବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୬ ଲକ୍ଷ ୯୧ ହଜାର ୫୯୭ ରହିଥିବା ବେଳେ ସୁସ୍ଥ ସଂଖ୍ୟା ୧ କୋଟି ୧୬ ଲକ୍ଷ ୨୯ ହଜାର ୨୮୯ରେ ପହଞ୍ଚିଛି । ୭ କୋଟି ୫୯ ଲକ୍ଷ ୭୯ ହଜାର ୬୫୧ ଜଣ ଟିକା ନେଇଛନ୍ତି । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

Get real time updates directly on you device, subscribe now.